ଏକାଠି ମ୍ୟାଚ ଦେଖିଲେ ନବୀନ-ଗାଙ୍ଗୁଲି

1 min read

କଟକ: ବାରବାଟୀରେ ଟି-20 ମ୍ୟାଚ ଦେଖିଲେ ନବୀନ  । ଟିମ୍ ଇଣ୍ଡିଆ ବନାମ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଦ୍ବିତୀୟ ମ୍ୟାଚ୍‌ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।  ଘଣ୍ଟି ବଜାଇ ମ୍ୟାଚ୍‌ର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ  । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ମଞ୍ଚରେ ଏକାଠି ମ୍ୟାଚ ଉପଭୋଗ କରିଛନ୍ତି ନବୀନ  ।

ଆଜି ବାରବାଟୀରେ ମ୍ୟାଚ ଦେଖିବା ପାଇଁ ଭୁବନେଶ୍ବରରେ ପହଞ୍ଚିଥିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।  ଅପରାହ୍ନ ୫ଟା ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ ।

ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଦାଦା ବାରବାଟୀ ଷ୍ଟାଡିୟମ ଯାଇଥିଲେ ।