କୋଭିଡ୍ ମୃତ୍ୟୁହାର କମ ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ନିଜ ଯତ୍ନ ନେବାକୁ ଅନୁରୋଧ

1 min read
CM Naveen Hails Health Workers

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ୍ ଯୁଦ୍ଧ ଫ୍ରଣ୍ଟଲାଇନରେ ଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ସମ୍ବୋଧନ କରିଛନ୍ତି । ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ବ୍ୟକ୍ତିଗତ ନିରାପତ୍ତା ଉପରେ ମୁଖ୍ୟମନ୍ତ୍ରୀ ଅଧିକ ଗୁରୁତ୍ୱ ଦେଇଛନ୍ତି ।

କୋଭିଡ୍ ବିରୋଧୀ ଯୁଦ୍ଧରେ ଫ୍ରଣ୍ଟଲାଇନରେ କାମ କରୁଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସେ କହିଛନ୍ତି ଯେ, ଆପଣ ମାନେ କେବଳ ଆପଣଙ୍କ ପରିବାର ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହନ୍ତି, ଆମ ସମସ୍ତଙ୍କ ପାଇଁ ତଥା ସାରା ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ । ତେଣୁ ନିଜର ଯତ୍ନ ଠିକ୍‌ ଭାବରେ ନିଅନ୍ତୁ । କୋଭିଡ-୧୯ ବିରୁଦ୍ଧରେ ଚାଲିଥିବା ଏହି ଯୁଦ୍ଧରେ ଆମର ସ୍ୱାସ୍ଥ୍ୟକର୍ମୀ ମାନେ ହିଁ ହେଉଛନ୍ତି ଆମର ସବୁଠାରୁ ମୂଲ୍ୟବାନ ସମ୍ପତ୍ତି । ଏହି ଯୁଦ୍ଧରେ ସେମାନଙ୍କ ଜୀବନ ମଧ୍ୟ ବିପଦସଂକୁଳ ଅଟେ । ତେଣୁ ରାଜ୍ୟ ସରକାର ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା ପାଇଁ  ଆବଶ୍ୟକ ଉପକରଣ ଯୋଗାଇଦେବା ସହ ବ୍ୟାପକ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଏହି ଯୁଦ୍ଧର ସମ୍ମୁଖ ଭାଗରେ ରହି କାମ କରୁଥିବା ଯୋଦ୍ଧାମାନେ ଯେପରି ସଂକ୍ରମିତ ନ ହେବେ, ସେଥିପାଇଁ ଆମକୁ ସୁରକ୍ଷା ନିୟମାବଳୀକୁ କଡାକଡି ଭାବରେ ପାଳନ କରିବାକୁ ହେବ

କୋଭିଡ୍-୧୯ ଯୁଦ୍ଧରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ଆମ ହିରୋ ବୋଲି କହି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗକୁ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ବିଭିନ୍ନ ସଂକ୍ରାମକ ରୋଗ ହୋଇଥାଏ। ତେଣୁ କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ଆଗମୀ କିଛି ସପ୍ତାହ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ  ।

Leave a Reply