ଟିଟିଲାଗଡ଼ ରେଳ ଓଭରବ୍ରିଜର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

1 min read
CM Naveen Inaugurated Titilagarh Railway Over Bridge

ବଲାଙ୍ଗିର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି  ଭିଡିଓ କନଫରେନ୍ସିଂ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୀର୍ଘ ଏକ ରେଲୱେ ଓଭରବ୍ରିଜର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ ରେଳ ଜଙ୍କସନ୍‌ । ଓଭରବ୍ରିଜ୍ ନିର୍ମାଣ ହେବା ଦ୍ୱାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ଆସିବା ଟିଟିଲାଗଡ଼ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡ଼ା ଅଞ୍ଚଳର ଜନସାଧାରଣ ଉପକୃତ ହେବେ ।

 CM Naveen Inaugurated Titilagarh Railway Over Bridge

ମୁଖ୍ୟମନ୍ତ୍ରୀ କହିଥିଲେ- ଟିଟିଲାଗଡ଼ ସହରର ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ROB ସହିତ ଟିଟିଲାଗଡ଼ରେ ଆଧୁନିକ ବସ୍‌ ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି । ଏହିସବୁ ଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଭିତ୍ତିଭୂମି ବିକାଶର ଆଧାର ବୋଲି ମତ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି । ଓଡ଼ିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡ଼କ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁଁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । ଭିତ୍ତିଭୂମି ସମସ୍ତଙ୍କର ସମ୍ପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

 CM Naveen Inaugurated Titilagarh Railway Over Bridge

କରୋନାର ଦ୍ୱିତୀୟ ଲହରକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ ।

 CM Naveen Inaugurated Titilagarh Railway Over Bridge

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ କହିଥିଲେ- ଏହାଦ୍ୱାରା ଟିଟିଲାଗଡ଼ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେଲା । ପଶ୍ଚିମ ଓଡ଼ିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର ସ୍ୱତନ୍ତ୍ର ଦୃଷ୍ଟି ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

CM Naveen Inaugurated Titilagarh Railway Over Bridge

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡ଼ର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ । ପଶ୍ଚିମ ଓଡ଼ିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ ।

 CM Naveen Inaugurated Titilagarh Railway Over Bridge

କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ଼ ସବ୍‌ କଲେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply