କୋରାପୁଟ କଫି କାଫେର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read
CM Naveen Inaugurates Koraput Coffee Cafe

ଭୁବନେଶ୍ୱର: କୋରାପୁଟ କଫି କାଫେର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଯୋଗେ କୋରାପୁଟ କଫି କାଫେର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଇ-କମର୍ସ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ‘କୋରାପୁଟ କଫି’ ବିକ୍ରି କରିବା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। କଫି ଚାଷୀଙ୍କ ସାମାଜିକ-ଆର୍ଥିକ ଉନ୍ନତିରେ ଏହା ବଡ଼ ଭୂମିକା ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ କଫି ଉତ୍ପାଦନ ହେଉଥିବା ବେଳେ, ଟିଡିସିସିଓଏଲର ପ୍ରୟାସରେ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି ଟାଟା କଫି ।

CM Naveen Inaugurates Koraput Coffee Cafe

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। କଫି ଚାଷୀଙ୍କୁ ୪୬ ହଜାର ଏକର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର, କାଶୀପୁର, ଦଶମନ୍ତପୁର, ନନ୍ଦପୁର, ଲମଟାପୁଟ, କୋରାପୁଟ ଓ ପଟ୍ଟାଙ୍ଗି ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮ ହଜାର ୭୯୦ କେଜି କଫି ଚେରି ସଂଗ୍ରହ କରିଛି। ୨୦୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଆଗାମୀ ଦିନରେ କଫି ଉତ୍ପାଦନ ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି ।

Leave a Reply