୮୧ ଡାକ୍ତରଙ୍କ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

1 min read

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ୱାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ ପବ୍ଲିକ୍‌ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।

ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ ।  ଓ.ପି.ଏସ୍‌.ସି ଦ୍ବାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ ।

ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।ଏହିଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.