ଏସସିବିରେ ହେବ ସବୁଠୁ ବଡ଼ ଏକମୋ ୟୁନିଟ, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

କଟକ: ପୂର୍ବ ଭାରତରେ ସରକାରୀ ଭାବେ ସବୁଠାରୁ ବଡ଼ ଏକମୋ ୟୁନିଟ କଟକ ବଡ଼ ଡାକ୍ତରଖାନାରେ ଉପଲବ୍ଧ ହେବ । ଆସନ୍ତା ୨୭ ତାରିଖରୁ ଏକମୋ ୟୁନିଟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୯ଟି ଏକମୋ ମେସିନ ପ୍ରସ୍ତୁତ ହୋଇରହିଛି । ସେଥିରୁ ୬ଟି ମେସିନ୍ କରୋନାରୁ ସୁସ୍ଥ ହେବା ପରେ ଗୁରୁତର ହେଉଥିବା ରୋଗୀଙ୍କ ପାଇଁ ଓ ଅନ୍ୟ ୩ଟି ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯିବ ।

କୋଭିଡ ସମୟରେ ଏକମୋ ମେସିନର ଆବଶ୍ୟକତାକୁ ଦେଖି ରାଜ୍ୟ ସରକାର କଟକ ବଡ଼ ମେଡିକାଲରେ ଏହି ସୁବିଧା ଉପଲବ୍ଧ କରିବାକୁ ଯାଉଛନ୍ତି  । ଅନେକ ଆକ୍ରାନ୍ତ କୋଭିଡର ପ୍ରଥମ ଲହର ବେଳେ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଇଥିଲେ । ସେପଟେ ରାଜ୍ୟ ସରକାରଙ୍କ ଏହି ବଳିଷ୍ଠ ପଦକ୍ଷେପ ଦ୍ୱାରା ରାଜ୍ୟବାସୀଙ୍କୁ ଏହି ଚିକିତ୍ସା ମାଗଣାରେ ଦିଆଯିବ । ଏକମୋ ମେସିନ ଏସସିବିରେ ପରୀକ୍ଷାମୂଳକ ଭାବେ କାର୍ଯ୍ୟକ୍ଷମ ହେବା ସହ ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ତାଲିମ ଦିଆସରିଛି ।

Leave a Reply