ଏଣିକି ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା; ସ୍ବତନ୍ତ୍ର ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର : ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମିଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।

ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । 5T ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।

ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ। ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।