ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

1 min read
CM Naveen Patnaik Advised Newly Elected Panchayat Leaders To Focus On Development Work

ଭୁବନେଶ୍ୱର: ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ଆଜି ଅପରାହଣରେ ହିଞ୍ଜିଳି ଓ ଶେରଗଡ ବ୍ଲକର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି । ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି ।

 CM Naveen Patnaik Advised Newly Elected Panchayat Leaders To Focus On Development Work

କହିଛନ୍ତି, ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି । ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ । ଦଳମତରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି । ବିକାଶ ସବୁବେଳେ ଆମର ଫୋକସ୍‌ ହୋଇ ରହିଆସିଛି । ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ୱୀକୃତି ଦେଇଛନ୍ତି । ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି । ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen Patnaik Advised Newly Elected Panchayat Leaders To Focus On Development Work

ଏ ବିଜୟ ଏକ ବହୁତ ବଡ଼ ଦାୟିତ୍ୱ ବୋଲି ପ୍ରକାଶ କରି ସେ କହିଥିଲେ, ‘ମୁଁ ଆଶା କରୁଛି ଯେ ଆପଣମାନେ ଆପଣଙ୍କ ଗାଁର, ଆପଣଙ୍କ ଅଞ୍ଚଳର ବିଜୟ ପାଇଁ କାମ କରିବେ । ଲୋକଙ୍କ ସୁଖଦୁଃଖରେ ସବୁବେଳେ ସେମାନଙ୍କ ସାଥିରେ ରହିବେ ।’ 5T ସ୍କୁଲ ରୂପାନ୍ତରରେ ସେମାନଙ୍କ କାମକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ବିକାଶ କାମକୁ ଆହୁରି ଜୋରରେ ଆଗେଇ ନେବେ ବୋଲିଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଥିଲେ । ହିଞ୍ଜିଳି ଓ ଶେରଗଡ ବ୍ଲକର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।