ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ସହାୟତା

ଭୁବନେଶ୍ବର: ସଂସ୍କୃତି ଓ ପରମ୍ପରାକୁ କ୍ରିୟାଶୀଳ କରିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ । ଭାଗବତ ଟୁଙ୍ଗୀକୁ ପ୍ରଦାନ କରାଯିବ ୫୦ ହଜାର ଲେଖାଏଁ ଟଙ୍କା । ରାଜ୍ୟରେ ଥିବା ସମସ୍ତ ଭାଗବତ ଟୁଙ୍ଗୀକୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା ।

ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର । ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ । ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ । ଏହାକୁ ଅଧିକ କ୍ରିୟାଶୀଳ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ରାଜ୍ୟରେ ଥିବା ୭ ହଜାର ୨ ଶହ ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର ଲେଖାଏଁ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ  ଟୁଙ୍ଗୀଗୁଡିକର ବିକାଶ କାର୍ଯ୍ୟ କରାଯିବ ।