ଗଞ୍ଜାମ ଦୁର୍ଘଟଣାରେ ମୃତ୍ୟୁ ଘଟଣା, ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ସିଏମ୍

ଭୁବନେଶ୍ୱର: ମୃତକଙ୍କ ପରିବାରକୁ ସହାୟତାର ହାତ । ପରିବାରକୁ ୩ ଲକ୍ଷ ଟଙ୍କା ଆର୍ଥିକ ସାହାଯ୍ୟ କଲେ ମୁଖ୍ୟମନ୍ତ୍ରୀ  । ଗତକାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।  ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି  ।

ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ  । ଏଭଳି ସମୟରେ ଧର୍ଯ୍ୟର ସହ ମୁକାବିଲା କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ  । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି  ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି  ।