‘ଦମନ’ ଚଳଚ୍ଚିତ୍ରକୁ ଟ୍ୟାକ୍ସ ଫ୍ରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । Covid ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା । ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି ।

ସୂଚନାଥାଉକି, ପ୍ରଥମଥର କୌଣସି ଓଡ଼ିଆ ସିନେମା ଜାତୀୟ ସ୍ତରରେ ପ୍ରଶଂସା ସାଉଣ୍ଟିଛି । ସତ୍ୟ ଘଟଣା ଉପରେ ଆଧାରିତ ଏହି ସିନେମାକୁ ଦେଖିବାକୁ ଲୋକଙ୍କ ଭିଡ଼ ମଧ୍ୟ ଜମୁଛି । ଧୀରେ ଧୀରେ ଅବନତୀ ଆଡ଼କୁ ଗତି କରୁଥିବା ଓଡ଼ିଆ ସିନେମା ଇଣ୍ଡଷ୍ଟ୍ରୀ ଦମନରୁ ସଞ୍ଜିବନୀ ପାଇଛି । ଆଉ ଏବେ ରାଜ୍ୟ ସରକାର ଏହାକୁ କରମୁକ୍ତ ଘୋଷଣା କରିବା ପରେ ଥିଏଟରରେ ଦମନ ଦେଖିବା ପାଇଁ ଆହୁରି ଲୋକଙ୍କ ଭିଡ଼ ବଢ଼ିବ ।