ବାରବାଟୀରେ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କିଣିଲେ ପ୍ରଥମ ଟିକେଟ୍

1 min read

ଭୁବନେଶ୍ୱର: ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏହି ମାସ ୧୨ ତାରିଖରେ ଖେଳାଯିବାକୁ ଥିବା ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି ।

ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଏହି ଅବସରରେ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।