ଟି-ସେତୁ ଅଘଟଣ: ଶୋକ ପ୍ରକାଶ ସହ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
1 min readଭୁବନେଶ୍ୱର: ବଡ଼ମ୍ବା ସିଂହନାଥ ପୀଠ ନିକଟ ଟି-ବ୍ରିଜରେ ଦଳାଚକଟା ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।