ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଶୋକ

3 min read

ଭୁବନେଶ୍ୱର: ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଜଣେ ଅଭିଜ୍ଞ ଏବଂ ଦକ୍ଷ ପୋଲିସ ଅଫିସର ଥିଲେ । ଏଥି ସହିତ ଜଣେ ସଫଳ ଲେଖକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦିବଗଂତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତିି ।

ଅପରପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ମଧ୍ୟ ଶ୍ରୀ ପାଣିଗ୍ରାହୀଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି । ସେ ଜଣେ ଆଇପିଏସ୍‌ ଅଧିକାରୀ ଭାବେ ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହି ଦକ୍ଷତାର ସହ ଦାୟିତ୍ୱ ତୁଲାଇଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି । ସେ ମଧ୍ୟ ଦିବଂଗତ ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଓଡ଼ିଶା ପୋଲିସ ଶ୍ରୀ ପାଣିଗ୍ରାହୀ କଠିନ୍ ପରିଶ୍ରମ ଓ କାର୍ଯ୍ୟ ଦକ୍ଷତା ପାଇଁ ତାଙ୍କୁ ମନେରଖିବ ବୋଲି ଓଡ଼ିଶା ପୋଲିସ ଡିଜି ଟ୍ୱିଟ୍‌ କରି ଜଣାଇଛନ୍ତି ।

Leave a Reply