ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ନବୀନ, ଗଞ୍ଜାମ ପ୍ରଶାସନ ଦେଲା ୩୦ ହଜାର

ବ୍ରହ୍ମପୁର: ଦିଗପହଣ୍ଡି ଖେମୁଣ୍ଡି କଲେଜ ଛକ ନିକଟରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି
ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତ ପ୍ରଦାନ କରାଯିବ । ଏହାସହ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ମାଗଣା ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଓ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଆହତଙ୍କ ଚିକିତ୍ସା ପାଇଁ ଗଞ୍ଜାମ ପ୍ରଶାସନ ୩୦ ହଜାର ଟଙ୍କା ଘୋଷଣା କରିଛି ଗଞ୍ଜାମ ପ୍ରଶାସନ  ।