ବାରବାଟୀରେ ଚିତାକର୍ଷକ କାର୍ଯ୍ୟକ୍ରମ, ଯୋଗଦେଲେ ମୁଖ୍ୟମନ୍ତ୍ରୀ
1 min read
କଟକ: ବାରବାଟୀରେ ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ବିଶ୍ୱକପକୁ ଉଦଘାଟନ କରିବା ନିମନ୍ତେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ପୂର୍ବକାର୍ଯ୍ୟସୃଚୀ ଅନୁଯାୟୀ ମୁଖ୍ୟମନ୍ତ୍ରୀ ସଂଧ୍ୟା ୬ଟାରୁ ୮ଟା ପର୍ଯ୍ୟନ୍ତ ବାରବାଟୀରେ ଉପସ୍ଥିତ ରହିବେ । ସେପଟେ ଆରମ୍ଭ ହୋଇଛି ହକି ଉଦଘାଟନୀ ଉତ୍ସବ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦୁଲକୁଛି ବାରବାଟୀ ।
ଓଡ଼ିଆ ସିନେ ତାରକା ସବ୍ୟସାଚୀ-ଅର୍ଚ୍ଚିତା ମଞ୍ଚ ଉପରେ ନିଜର ଜଲୱା ଦଖାଇଥିବାବେଳେ ସମୟ ସହ ବଲିଉଡ ସେଲିବ୍ରିଟଙ୍କୁ ଦେଖିବା ପାଇଁ ଦର୍ଶକଙ୍କ ବଢୁଛି ଉତ୍କଣ୍ଠା । ଆଜି ପୁରୁଷ ବିଶ୍ବକପ ହକି ୨୦୨୩ର ଉଦଘାଟନୀ ଉତ୍ସବ । କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେଉଛି ଉତ୍ସବ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶବିଦେଶର ଅତିଥି ଯୋଗଦେଇଛନ୍ତି ।