କ୍ୟାପିଟାଲ ହସ୍ପିଟାଲରେ CM ଶୁଭାରମ୍ଭ କଲେ ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ

1 min read

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଚଳିତ 2022-23 ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ 15 ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ 6ଟି ବିଭାଗକୁ ମିଳିଛି ଅନୁମତି । 6ଟି ବିଭାଗରେ 24ଟି ସିଟ ପାଇଁ ପିଜି ଓ 6ଟି ସ୍ପେଶାଲ MS / MD ପାଠ୍ୟକ୍ରମ ଅନୁମତି ମିଳିଛି ।

ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ 5ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ 2, ଶିଶୁରୋଗ ବିଭାଗରେ 4, ଶ୍ବାସରୋଗ ବିଭାଗରେ 3 ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ 9ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି 70 ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଏଠାରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ଅନୁଷ୍ଠାନ ଖୋଲିବା ଦ୍ବାରା ସ୍ବାସ୍ଥ୍ୟବ୍ୟବସ୍ଥାରେ ଆହୁରି ସୁଧାର ଆସିବ । ଶିକ୍ଷାନୁଷ୍ଠାନ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଛାତ୍ର ଛାତ୍ରୀ ।…