୫ ଜିଲ୍ଲାରେ ସ୍ମାଟ ସ୍କୁଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read

ଭୁବନେଶ୍ୱର: ନୂଆ ରୂପ ନେଇଛି ଶ୍ରେଣୀ ଗୃହ। ଇ-ଲାଇବ୍ରେରୀ ସାଙ୍ଗକୁ ସ୍କାର୍ଟ କ୍ଲାସର ହୋଇଛି ବ୍ୟବସ୍ଥା। ୫ ଜିଲ୍ଲାର ୧୪୨ଟି ହାଇସ୍କୁଲର ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫-ଟି ଅଧୀନରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆଜି ଭିସି ଜରିଆରେ ମୁଖ୍ୟମନ୍ତ୍ରୀ ହାଇସ୍କୁଲର ଉଦଘାଟନ କରିଥିବବେଳେ ଉପସ୍ଥିତ ଥିଲେ 5T ସଚିବ ଭି କେ ପାଣ୍ଡିଆନ।

କଟକ ଜିଲ୍ଲାର ୩୦ଟି ହାଇସ୍କୁଲ ସହ ବାଲେଶ୍ୱର ଜିଲ୍ଲାର ୨୩ଟି, କନ୍ଧମାଳ ଜିଲ୍ଲାର ୧୦ଟି, ନବରଙ୍ଗପୁର ଜିଲ୍ଲାର ୧୨ଟି ଓ ସୁନ୍ଦରଗଡ ଜିଲ୍ଲାର ୬୭ଟି ହାଇସ୍କୁଲ ରୂପାନ୍ତରଣ ହୋଇଛି। ସ୍କୁଲ ପରିସର ସୁନ୍ଦର ହେବା ସହ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା, ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଇଛି । ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ପରେ ସରକାରୀ ହାଇସ୍କୂଲରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ ଏବଂ ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାର ଏକ ତୃତୀୟାଂଶ ହେଲେବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ପରିସ୍ଥିତିକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ୱରୀ ପାଣିଗ୍ରାହୀ, ବାଲେଶ୍ୱରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି। ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ୱପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

Leave a Reply