ହିଞ୍ଜିଳିକାଟୁରେ ଅନେକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ: ଗଞ୍ଜାମର ହିଞ୍ଜିଳିକାଟୁରେ ଗୁରୁବାର ଦିନ ଅନେକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ସ୍ଥାନୀୟ ବିଧାୟକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ପ୍ରକଳ୍ପର ଉଦଘାଟନ କରିବେ।
୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଇଥିବା ହିଞ୍ଜିଳିକାଟୁର ନୂଆ ବସ ଟର୍ମିନାଲ, ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତୋ ବିନୋଦନ କେନ୍ଦ୍ର, ପୌର ପରିଷଦ ଅତିଥି ଭବନ, ୧୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୀତଳ ଭଣ୍ଡାର, ଆର୍.ଏମ.ସି ମାର୍କେଟ କମ୍ପ୍ଲେକ୍ସ, ୧୩ କୋଟି ବ୍ୟୟରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟର ନୂତନ କୋଠା ଉଦଘାଟନ କାର୍ଯ୍ୟକ୍ରମ ରହିଛି । ତେବେ ଏଠାରେ ପାଖାପାଖି ୩୦ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।
ଉଲ୍ଲେଖଯୋଗ୍ୟ, ନିକଟ ଅତୀତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେସନ୍ସିଂ ମାଧ୍ୟମରେ କୋଟିଆରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିଥିଲେ । କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଳେ ମୁଖ୍ୟମନ୍ତ୍ରୀ । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ଉଚ୍ଚ କ୍ଷମତା ସମ୍ପନ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଥିଲା ।