ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ନୂଆ ଅଡିଟୋରିୟମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ହଜାର ଆସନ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ଅଡିଟୋରିୟମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ବହୁ ଦିନର ସ୍ୱପ୍ନ ପୂରଣ ହୋଇପାରିଛି । ଏହା ଦ୍ବାରା ଶିକ୍ଷାକ୍ଷେତ୍ରରେ ଅଧିକ ବିକାଶ ହୋଇପାରିବ । ଏହି ଅତ୍ୟାଧୁନିକ ଅଡିଟୋରିୟମ ଆଗାମୀ ପିଢ଼ି ଛାତ୍ରୀଙ୍କ ପାଇଁ ନୂଆ ପ୍ରେରଣା ସୃଷ୍ଟି କରିବ । ଏନେଇ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ଓ ଖୁସି ପ୍ରକାଶ ପାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିକାଶ କାର୍ଯ୍ୟକ୍ରମ ପାଇଁ ଛାତ୍ରୀ ଓ ଅଧ୍ୟାପିକାମାନେ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଥିଲେ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଭାଇସ୍‌ ଚାନସେଲର ଆଜିର ଦିନକୁ ଇତିହାସ ମନେରଖିବ ବୋଲି କହିଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ସାହାଯ୍ୟ କରିଛନ୍ତି ବୋଲି ଅଧ୍ୟାପିକାମାନେ ଧନ୍ୟବାଦ ଦେଇଛନ୍ତି । ରାଜ୍ୟରେ ଶିକ୍ଷାର ବିକାଶ ଓ ଉନ୍ନତି ପାଇଁ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାହାଯ୍ୟ ଓ ସହଯୋଗ କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ କହିଥିଲେ ।