ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କ ଅଧ୍ୟୟନ ବ୍ୟବସ୍ଥା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପ । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନ୍‌ରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ଦେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତୁରନ୍ତ ଏ ପ୍ରସଙ୍ଗକୁ ଗୁରୁତର ସହ ନ୍ୟାସନାଲ ମେଡିକାଲ କାଉନସିଲ୍‌ ଏବଂ ମନ୍ତ୍ରାଳୟ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କ ପାଠ ପଢା କିପରି ଭାରତରେ ହୋଇପାରିବ ସେନେଇ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏହି ପ୍ରସଂଗରେ କେନ୍ଦ୍ର ସରକାର ଯାହା ନିଷ୍ପତ୍ତି ନେବେ ରାଜ୍ୟ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ସମର୍ଥନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।