ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
1 min readଭୁବନେଶ୍ୱର: ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍ ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ବିଶିଷ୍ଟ ସାହିତ୍ୟିକା ତଥା ଦୈନିକ ସମ୍ବାଦପତ୍ର ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାମ୍ବାଦିକତା ସହ ସମାଜସେବା, ଶିକ୍ଷା ଓ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) September 18, 2021
ମୁଖ୍ୟମନ୍ତ୍ରୀ କହିଛନ୍ତି- ଜଣେ ଶିକ୍ଷାବିତ୍, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡ଼ିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରାଯାଇଛନ୍ତି । ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀ ମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସମ୍ପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ । ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡ଼ିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।
ଏଥିସହ ପଢ଼ନ୍ତୁ: ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ
ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ।