ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
1 min readଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ପରଲୋକ । ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ଲେଖିଛନ୍ତି, ‘ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।’
ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) October 20, 2021
ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଜନତା ପାର୍ଟିରୁ ରାଜେନୖତିକ କ୍ୟାରିୟର ଆରମ୍ଭ କରିଥିବା ସ୍ବର୍ଗତ ଦୋରା ୩ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଦ୍ବିତୀୟ ଥର ଜନତା ଦଳରୁ ଓ ଶେଷ ଥର ପାଇଁ ୨୦୦୪ରେ ବିଜେପି ଟିକେଟରେ ଜିତି ବିଧାନସଭାକୁ ଆସିଥିଲେ ।