ରାଉରକେଲାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ସୁନ୍ଦରଗଡ଼ରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର କରିବେ ଶୁଭାରମ୍ଭ

1 min read

ରାଉରକେଲା: ରାଉରକେଲାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ । ଜିଲ୍ଲାର ୧୫ ଲକ୍ଷ ୯ ହଜାର ୮୨୧ ଜଣ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ପାଇବେ । ଆଜି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨ ଜଣ ମନ୍ତ୍ରୀ ଉପସ୍ଥିତ ରହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁବିଧା କରାଯାଇଛି । ଆଜି ଦିନ ୧୧ଟାରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୧୧ଟା ୫ରେ ରାଉରକେଲା ଇସ୍ପାତ ସୁପର ସ୍ପେଶିଆଲିଟି ହସ୍ପିଟାଲ ଅଡିଟୋରିୟମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।

ସେହିପରି ୫୮୦ କୋଟି ୮୨ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୭୬ କୋଟି ୬୮ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ଏହାସହ ୨୦୪ କୋଟି ୧୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ମୁତୟନ କରାଯାଇଛି ।

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner