ଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ଭୁବନେଶ୍ବର: ଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ । ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ନବୀନ । ଏହାସହ ଦୁର୍ଘଟଣାରେ ଗୁରୁତର ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତୁରନ୍ତ ସହାୟତା ପାଇଁ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାପାଳଙ୍କୁ ମଧ୍ୟ ସହାୟତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।