spot_img

Latest Posts

ସେବାୟତ, ଜନସାଧାରଣ, ପ୍ରଶାସନ, ପୋଲିସ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି । ତିନିରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତମାନଙ୍କୁ ସେମାନଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

CM Naveen Patnaik Thanked All For Smooth Management Of Ratha Yatra

ମହାପ୍ରଭୁଙ୍କ ରଥଯାତ୍ରା ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ସେଥିପାଇଁ ଦିନରାତି କାମ କରିଥିବା ଶ୍ରୀମନ୍ଦିର ପ୍ରଶାସନ, ପୁରୀ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି ।

CM Naveen Patnaik Thanked All For Smooth Management Of Ratha Yatra

ସର୍ବୋପରି କୋଭିଡ୍ କଟକଣା ମଧ୍ୟରେ ଆଜିର ଶ୍ରୀଗୁଣ୍ଡିଚା ଯାତ୍ରାରେ ପୁରୀର ଜନସାଧାରଣ ଯେପରି ଶୃଙ୍ଖଳାର ପରାକାଷ୍ଠା ଦେଖାଇଛନ୍ତି ତାହା ପ୍ରେରଣାଦାୟକ ବୋଲି ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ।

ଏଥିସହ ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତିନିରଥ

Latest Posts

Don't Miss