ଧୈର୍ଯ୍ୟ ସହ କରୋନା ମୁକାବିଲା କରୁଥିବାରୁ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

CM Naveen Patnaik Inaugurated Three Books

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ସାଢ଼େ ୪କୋଟି ଜନସାଧାରଣଙ୍କୁ ଧୈର୍ଯ୍ୟର ସହ ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଭଳି ସଙ୍କଟ ପୂର୍ଣ୍ଣ ସମୟରେ ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ନିବେଦନ କରୁଛି ଯେ, ସମସ୍ତେ ନିଜ ନିଜ ଅଞ୍ଚଳର ଜଣେବି ବ୍ୟକ୍ତିକୁ ଭୋକିଲା ରହିବାକୁ ଦେବେ ନାହିଁ । ପ୍ରତି ଭୋକିଲା ବ୍ୟକ୍ତିକୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରି ଏଭଳି ସମୟରେ ଲୋକଙ୍କ ପାଖରେ ଛିଡ଼ା ହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ। ଏଭଳି କାର୍ଯ୍ୟକୁ ଏକ ସାମାଜିକ ଦାୟିତ୍ୱ ଭାବରେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଦେଇଥିବା ନିର୍ଦ୍ଦେଶକୁ ପାଳନ କରିବା ସହ ଏଭଳି ଏକ ଆପାତ୍ତକାଳୀନ ସ୍ଥିତିରେ ଜନସାଧାରଣ ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ଘୋଷଣା କରାଯାଉଥିବା ଗାଇଡ଼ ଲାଇନକୁ ଅନୁପାଳନ କରାନ୍ତୁ । ଯଦି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରକୁ ଯାଉଛନ୍ତି ତେବେ ମାସ୍କ ନିଶ୍ଚୟ ପିନ୍ଧିବାକୁ ଆହ୍ନାନ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅପିଲ୍‌କୁ ଗ୍ରହଣ କରିବା ସହିତ ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ନିବେଦନ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ।

ସମସ୍ତ ନିର୍ବାଚିତ ପ୍ରତିନିଧି(ଏମପି, ଏମଏଲଏ), ପୌର ପରିଷଦ, ମହାନଗର ନିଗମର ସମସ୍ତ  ପ୍ରତିନିଧି ବ୍ଲକ ଚେୟାରମେନ ତଥା ସମସ୍ତ ନିର୍ବାଚିତ ପ୍ରତିନିଧି ତଥା ବିଜୁ ଜନତା ଦଳର ଅଗଣିତ କର୍ମୀ ମାନଙ୍କୁ ନିବେଦନ ସେମାନେ “ଜୀବନ ବିନ୍ଦୁ”   କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ରକ୍ତ ଅଭାବକୁ ମୁକାବିଲା କରିବା ଏବଂ ଏହି ଘଡିସନ୍ଧି ସମୟରେ ଆମେ ଆମର ସାମାଜିକ ଦାୟିତ୍ୱ ନିର୍ବାହ କରିବା ସହିତ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ବିଜୁ ଜନତା ଦଳର ଅଗଣିତ କର୍ମୀ, ଶୁଭେଚ୍ଛୁ ଏହାକୁ ଆହ୍ଵାନ ଭାବରେ ଗ୍ରହଣ କରିବା ପାଇଁ ନିବେଦନ କରୁଛନ୍ତି ସଞ୍ଜୟ ଦାସବର୍ମା ।

Leave a Reply