spot_img

Latest Posts

ସ୍ୱର୍ଣ୍ଣ ପଦକ ବିଜେତା ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ମୁଖ୍ୟମନ୍ତ୍ରୀ ଦେବେ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର

ଭୁବନେଶ୍ୱର: କ୍ରୀଡ଼ା ଓ କ୍ରୀଡ଼ାବିତଙ୍କ ବିକାଶ ନେଇ ଜାରି ରାଜ୍ୟ ସରକାରଙ୍କ ସମର୍ଥନ । କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ଠାରୁ ଆରମ୍ଭ କରି  କ୍ରୀଡ଼ାବିତଙ୍କ ପ୍ରଦର୍ଶନରେ ଉନ୍ନତି ନେଇ ରାଜ୍ୟ ସରକାର ଯୋଗାଇ ଆସୁଛନ୍ତି ସହଯୋଗ । ଏହି କ୍ରମରେ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଥିବା ଓଡ଼ିଆ କ୍ରୀଡ଼ାବିତ ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ୬କୋଟି ଟଙ୍କା ଆର୍ଥିକ ପୁରସ୍କାର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ ୨.୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏଥିସହିତ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଉଭୟ ଅଲିମ୍ପିଆନ୍ ଓ ପାରା ଅଲିମ୍ପିଆନଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଥିଲେ ।

ଏଥିସହିତ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭାରତୀୟ ହକି ଦଳକୁ ଜାରି ରହିବ ଓଡ଼ିଶାର ସମର୍ଥନ, ୧୦ ବର୍ଷ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା

ପୂର୍ବ ଘୋଷଣା ମୁତାବକ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଓଡ଼ିଆ ସଦସ୍ୟ ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ  ପଞ୍ଚିବା ମାତ୍ରେ ତାଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିଭଳି ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଐତିହାସିକ ସଫଳତା ହାସଲ କରିଥିବା ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏଥିସହ ଗ୍ରୁପ ‘A’ ଲେବୁଲର ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ରାଜ୍ୟ ସରକାର  । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

ଏଥିସହିତ ପଢ଼ନ୍ତୁ: ଓଡ଼ିଶାକୁ ଅଲିମ୍ପିକ୍ସ ପଦକ ବିଜୟର ଶ୍ରେୟ ଦେଲେ ନରିନ୍ଦର ବାତ୍ରା: ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଓ ଦୂରଦୃଷ୍ଟି ପାଇଁ ଜଣାଇଲେ ଧନ୍ୟବାଦ

Latest Posts

Don't Miss