ଆଜି ଆଉ ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍

1 min read

ବାଲେଶ୍ବର : ଲକ୍ଷ୍ମୀ ଯୋଜନାରେ ଆଜି ଯୋଡ଼ିହେବ ଆଉ ୫ଟି ଜିଲ୍ଲା । ବାଲେଶ୍ବର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଆଜିଠୁ ଗଡ଼ିବ ଲକ୍ଷ୍ମୀ ବସ । ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିବେ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ । ଲକ୍ଷ୍ମୀ ଯୋଜନା ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି।

5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲା । ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ପ୍ରସ୍ତୁତ କରାଯାଇଥିଲା । ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି ।

ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ।