ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ପାଛୋଟି ନେବାକୁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୟୁକ୍ରେନରୁ ଫେରୁଛନ୍ତି ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ । ଏୟାର ଏସିଆର ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଓଡ଼ିଶା ଆସୁଛନ୍ତି । ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ଛାତ୍ରଛାତ୍ରୀ । ଆଉ କିଛି ସମୟ ପରେ ଭୁବନେଶ୍ବର ବିମାନବନ୍ଦରରେ ଲ୍ୟାଣ୍ଡିଂ । ପିଲାଙ୍କୁ ପାଛୋଟି ନେବାକୁ ବିମାନବନ୍ଦରକୁ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନା ଯୋଗ୍ୟ ଯେ, ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦକ୍ଷେପ ନେଇଛନ୍ତି । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନ୍‌ରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ଦେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତୁରନ୍ତ ଏ ପ୍ରସଂଗକୁ ଗୁରୁତର ସହ ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ଏବଂ ମନ୍ତ୍ରାଳୟ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କ ପାଠ ପଢା କିପରି ଭାରତରେ ହୋଇପାରିବ ସେନେଇ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏହି ପ୍ରସଂଗରେ କେନ୍ଦ୍ର ସରକାର ଯାହା ନିଷ୍ପତ୍ତି ନେବେ ରାଜ୍ୟ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ସମର୍ଥନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।

ଏଥିସହିତ ପଢ଼ନ୍ତୁ: ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କ ଅଧ୍ୟୟନ ବ୍ୟବସ୍ଥା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି