ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read
CM Naveen Patnaik to review preparedness for the impending Cyclone Yaas

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି । ସମ୍ଭାବ୍ୟା ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ପ୍ରସ୍ତୁତି ନେଇ ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ ।

ଅପରାହ୍ଣରେ ହେବାକୁ ଥିବା ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିହ, ଏସଆରସି, ବାତ୍ୟା ପ୍ରଭାବିତ ହେବାକୁ ଥିବା ଉପକୂଳ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହା ପୂର୍ବରୁ ଗତ ୨ ଦିନ ହେଲା ଏସଆରସି ନିୟମିତ ବୈଠକ କରିବା ସହ ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ବିଭାଗ ଓ ଜିଲ୍ଲାପାଳମାନଙ୍କୁ ଆଲର୍ଟରେ ରଖିଛନ୍ତି ।

ପାଣିପାଗ ବିଭାଗର ଆକଳନ ଅନୁସାରେ ସମ୍ଭାବ୍ୟ ବାତ୍ୟା ୟଶ୍ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଦେଇ ଅତିକ୍ରମ କରିବ । ୨୬ ତାରିଖ ସକାଳେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ନେଇ ଆକଳନ କରାଯାଉଥିଲେ ସୁଦ୍ଧା ସ୍ପଷ୍ଟ ଚିତ୍ର ଆସିନାହିଁ ।

Leave a Reply