ସୁପ୍ରିମ ରାୟ ପରେ ନବୀନଙ୍କ ଟ୍ୱିଟ୍, କହିଲେ ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ

1 min read

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ବିରୋଧୀଙ୍କୁ ସୁପ୍ରିମ ଝଟକା । ସୁପ୍ରିମକୋର୍ଟରେ ଆଗତ ହୋଇଥିବା ଦୁଇଟି ପିଟିସନ ଖାରଜ । ସୁପ୍ରିମକୋର୍ଟରେ ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ ହେବା ପରେ ଟ୍ୱିଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ । ସୁପ୍ରିମକୋର୍ଟଙ୍କ ରାୟ ନେଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଶ୍ରେୟ ଦେଇଛନ୍ତି ନବୀନ ।

ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । କୋର୍ଟରେ ଦୁଇଟି ପିଟିସନ ଖାରଜ ହୋଇଥିବାରୁ ଏହାକୁ ସ୍ବାଗତ କରିଛନ୍ତି  ସେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଭିମୁଖ୍ୟର ବିଜୟ ହୋଇଛି । ସମ୍ମାନନୀୟ ସୁପ୍ରିମକୋର୍ଟଙ୍କ ଜରିଆରେ ଶ୍ରୀଜଗନ୍ନାଥଙ୍କ ଇଚ୍ଛାର ପ୍ରକଟ ହୋଇଛି ବୋଲି ପିନାକୀ ମିଶ୍ର କହିଛନ୍ତି ।