spot_img

Latest Posts

କ୍ୱାରେଣ୍ଟାଇନ ଭଙ୍ଗକାରୀ ଅମାନିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର: ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ପ୍ରବାସୀଙ୍କୁ କ୍ୱାରେଣ୍ଟାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି । ଆମପାଇଁ ପ୍ରତ୍ୟେକଟି ଜୀବନ ମୂଲ୍ୟବାନ, ଏହାକୁ ସୁରକ୍ଷିତ ରଖିବା ସମସ୍ତଙ୍କ ଦାୟିତ୍ୱ । ତେଣୁ ସମସ୍ତେ କ୍ୱାରେଣ୍ଟାଇନ ନିୟମ ଉଲ୍ଲଂଧନ କରୁଥିବା ବ୍ୟକ୍ତିଙ୍କୁ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଚେତାବନୀ ଦେଇଛନ୍ତି । ଏହି ବାବଦରେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରିଛନ୍ତି । ପ୍ରଥମ ଟ୍ୱିଟରେ ସେ କହିଛନ୍ତି ଯେ, ‘ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରେଣ୍ଟିନର ବ୍ୟବସ୍ଥା ହୋଇଛି।‘

ଏହାପରେ ଅନ୍ୟ ଗୋଟିଏ ଟ୍ୱିଟ କରି ସେ ଲେଖିଥିଲେ, ‘ ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ବକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।‘

ତୃତୀୟ ଟ୍ୱିଟରେ ସେ କ୍ୱାରେଣ୍ଟିନ ନିୟମ ଭଙ୍ଗକାରୀଙ୍କୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ‘ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।‘

Latest Posts

Don't Miss