spot_img

Latest Posts

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଆଜି କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସଦର ସେଣ୍ଟ୍ରାଲ ହଲରେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟରୁ ଉଷୁନା ଚାଉଳ ଉଠାଣ, ଆବାସ ଯୋଜନାରେ ଘର ଯୋଗାଣ, କୋଇଲା ରାଜ୍ୟଭାଗ ବୃଦ୍ଧି ଓ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ହୋଇପାରେ । ଏହାସହ ବକେୟା ଥିବା ଧାନ କ୍ରୟ ବାବଦ ରିହାତି, ଜିଏସଟି ବାବଦ ବକେୟା ଦେୟ ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି ।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦ ଭବନସ୍ଥିତ ବିଜେଡି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଦଳୀୟ ସାଂସଦମାନଙ୍କ ସହ ଆଜି ଆଲୋଚନା କରିବେ । ଏହା ସହ ସେ ବିଜେଡି ସଂସଦୀୟ ବୈଠକରେ ମଧ୍ୟ ଯୋଗଦେବେ । ଓଡ଼ିଶାର ବିଭିନ୍ନ ପ୍ରସଙ୍ଗକୁ ଶାଣିତ ସ୍ୱରରେ ସଂସଦରେ ଉପସ୍ଥାପନ ପାଇଁ ସେ ସାଂସଦମାନଙ୍କୁ ଗୁରୁମନ୍ତ୍ର ଦେବେ ବୋଲି ସୂଚନା ମିଳିଛି । ବିଭିନ୍ନ ମନ୍ତ୍ରାଳୟ‌ରେ ବିଚାରାଧୀନ ଥିବା ରାଜ୍ୟର ବିଭିନ୍ନ ପ୍ରସଙ୍ଗର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ସମୀକ୍ଷା କରିପାରନ୍ତି ।

ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଦିଲ୍ଲୀରେ ପହଞ୍ଚିବା ପରେ ସେ ତାଜ୍ ହୋଟେଲରେ ବିବିସି କ୍ରୀଡା ସମ୍ମାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ସେ ଭାରତୀୟ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଭାରତୀୟ ମହିଳା ହକି ଦଳର ଅଲିମ୍ପିକ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଭୂମିକାକୁ ପ୍ରଶଂସା କରାଯାଇଥିଲା ।

 

Latest Posts

Don't Miss