ପ୍ରତିଟି ଭାରତୀୟଙ୍କ ପାଇଁ ଗର୍ବ ଆଉ ଗୌରବର ମୁହୂର୍ତ୍ତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୫ ତମ ପୂର୍ତ୍ତି ଓ ୭୬ତମ ସ୍ୱାଧୀନତା ଦିବସ । ଗାଁଠୁ ସହର ସବୁଠି ତ୍ରିରଙ୍ଗାମୟ ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି । ୭୬ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି କହିଲେ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା । ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗର୍ବ ଆଉ ଗୌରବର ମୁହୂର୍ତ୍ତ ।

ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଚି । ଆସନ୍ତୁ ବିକାଶ ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଦିଗରେ ଏକ ହୋଇ ଆଗକୁ ବଢ଼ିବା । ସୂଚନା ଥାଉକି କିଛି ସମୟ ମଧ୍ୟରେ ନବୀନ ପଟ୍ଟନାୟକ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କରିବେ । ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।