‘ନାରୀ ଶକ୍ତି’ ପୁରସ୍କାରରେ ସମ୍ମାନିତ ଶ୍ରୁତି ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
1 min readଭୁବନେଶ୍ୱର: ଶ୍ରୁତି ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦ୍ୱାରା ନାରୀ ଶକ୍ତି ପୁରସ୍କାରରେ ସମ୍ମାନିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।
Congratulate Ms @sruti_mohapatra on being conferred with #NariShaktiPuraskar by Hon'ble President of India (@rashtrapatibhvn) Shri Ram Nath Kovind Ji for her indomitable spirit & contribution towards empowerment of persons with disabilities. Wish her all the best.
— Naveen Patnaik (@Naveen_Odisha) March 8, 2022
୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଆଜି ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି। ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ ସ୍ୱରୂପ ଦୁଇ ବର୍ଷ ପାଇଁ ମୋଟ୍ ୨୯ ଜଣ ମହିଳାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାରରେ ସମ୍ମାନିତ କରାଯାଇଛି।
ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ପାଇଁ, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ । କୋଭିଡ-୧୯ ମହାମାରୀ କାରଣରୁ ଦେଖା ଦେଇଥିବା ପରିସ୍ଥିତି ଯୋଗୁ ୨୦୨୦ ଏବଂ ୨୦୨୧ରେ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇପାରି ନଥିଲା।