ବିଦା ହେଲେଣି ୭୪ ଲାଞ୍ଚୁଆ ଅଧିକାରୀ,୧୫ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ନୀତିଗ୍ରସ୍ତ ୬ ଅଧିକାରୀଙ୍କ ସ୍ଥାୟୀଭାବେ ପେନସନ୍‌ ସୁବିଧା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏତଦ୍‌ବ୍ୟତୀତ ୨ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଗତ ଅଗଷ୍ଟ ମାସରୁ ଏପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ୧୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଦୁର୍ନୀତି ଅଭିଯୋଗ ସାବ୍ୟସ୍ତ ହେବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧିର କୁମାର ବ୍ରଜେନ୍ଦ୍ର ନାରାୟଣ, ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ତଥା ଓବିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର ଅରୁଣ ଚରଣ ପରିଡ଼ା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ୱର ସ୍ୱାଇଁ ଏବଂ ସମ୍ୱଲପୁର ରାସ୍ତା ଓ କୋଠାବାଡ଼ି ଡିଭିଜନର ଅବସରପ୍ରାପ୍ତ ଅଧିକ୍ଷଣ ଯନ୍ତ୍ରୀ ବିବେକାନନ୍ଦ ମହାନ୍ତିଙ୍କ ସ୍ଥାୟୀଭାବେ ପେନସନ୍‌ ବନ୍ଦ କରାଯାଇଛି ।

ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୨ ଜଣ ଅଧିକାରୀ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ତହସିଲର ରେଭେନ୍ୟୁ ଇନ୍‌ସପେକ୍ଟର ତହସିଲର ରେଭେନ୍ୟୁ ଇନ୍‌ସପେକ୍ଟର ଅରୁଣ କୁମାର ପୁରୋହିତ । ଏହି ରାଜସ୍ୱ ବିଭାଗର ଅଧିକାରୀ ଏକାଧିକବାର ଭିଜିଲାନ୍ସ ଦ୍ୱାରା ଧରାପଡ଼ି ଜେଲ୍‌ ମଧ୍ୟ ଯାଇଥିଲେ । ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

Leave a Reply