ପଦମପୁରବାସୀଙ୍କ ପାଖରେ ଋଣୀ, କେନ୍ଦ୍ରମନ୍ତ୍ରୀ ଭୁଆଁ ବୁଲାଇଥିଲେ, ଜବାବ ଦେଲେ ଭୋଟର

1 min read

ଭୁବନେଶ୍ୱର: ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ପଦମପୁରରେ ଜଣେ ମହିଳା ବର୍ଷାଙ୍କୁ ଅପମାନିତ କରାଗଲ । ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ। ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି । ସେଇଆ ହେଲା, ମୁଁ ପଦମପୁର ଯାଇଥିଲି । ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା । ମହିଳାଙ୍କୁ ଅସମ୍ମାନ କଲେ କେବେ ସମର୍ଥନ ମିଳିବନି ।

         ପଦମପୁରରେ ବଡ଼ ବିଜୟ ପରେ ପଦମପୁରବାସୀଙ୍କୁ ଧନ୍ୟବାଦ ଜଣାଇବା ଅବସରରେ ବିଜେପିକୁ ଏମିତି କଡ଼ା ସମାଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କଟାକ୍ଷ କରିଛଡ଼୍ତି ଯେ, ବିଜେପିର କେନ୍ଦ୍ରମନ୍ତ୍ରୀ ପଦମପୁରବାସୀଙ୍କକୁ ଭୁଆଁ ବୁଲାଇବାକୁ ଉଦ୍ୟମ କରି ଫେଲ ମାରିଛନ୍ତି । ନବୀନ ଆହୁରି କହିଛନ୍ତି,  ପଦମପୁରବାସୀଙ୍କୁ ଯାହା ପ୍ରତିଶ୍ରୁତି ଦେଇଛି, ତାହା ଗୋଟି ଗୋଟି କରି ନିଶ୍ଚୟ ପୂରଣ କରିବି ।

ପଦମପୁର ଉପନିର୍ବାଚନରେ ବିଜେଡିର ବଡ଼ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦମପୁରବାସୀଙ୍କୁ ଧନ୍ୟବାଦ ଜଣାଇ ଏହି କଥା କହିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ନିଜ ଭିଡିଓ ବାର୍ତ୍ତାରେ କହିଛନ୍ତି, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ। ଏହା ଆଉ କାହାର ବିଜୟ ନୁହେଁ। ଏହା ପଦମପୁରବାସୀଙ୍କ ବିଜୟ । ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି। ଆପଣମାନେ ବହୁତ systematically ଓ ନିଷ୍ଠାର ସହ କାମ କରିଛନ୍ତି ।

ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି । କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।

 ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ। ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ।

ମୁଁ ବିରୋଧୀ ଦଳକୁ – ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ……ସଦା ବେଳେ । ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା – କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ ।

ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ, … This is extremely unfortunate. ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା । ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ । ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି ।