ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ  ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି  । ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ  । ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି  । ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି  ।

ଏହି ସମୟରେ ମୁକେଶଙ୍କୁ ହକିର ଜର୍ସି ଉପହାର ଦେଇଛନ୍ତି ନବୀନ । ସେହିଭଳି ସିଏଟ୍ ଗ୍ରୁପର ଅନନ୍ତ ଗୋଏଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଅନନ୍ତଙ୍କ ସହ ମଧ୍ୟ ରାଜ୍ୟରେ ପୁଞ୍ଜି ନିବେଶ ନେଇ ଆଲୋଚନା କରିବା ପରେ ହକିର ଜର୍ସି ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।