ଆଜିଠୁ ଟୁଇନସିଟିରେ ୫-ଜି ସେବା ଆରମ୍ଭ, ଲୋକାର୍ପଣ କରିବେ ନବୀନ

1 min read

ବରଗଡ଼: ଆଜି ଓଡ଼ିଶାରେ ଆରମ୍ଭ ହେବ ୫-ଜି ସେବା। ଭୁବନେଶ୍ୱରରୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡ଼ିଶାରେ ୫-ଜି ସେବା ଯୋଗାଇବାକୁ ସବୁ ପ୍ରସ୍ତୁତି ସରିଛି ଏବଂ ଏଥିପାଇଁ ଦୁଇ ଟେଲିକମ ଅପରେଟର୍ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍କୁ ଅନୁମତି ମିଳିଛି ।

ପ୍ରଥମେ ରାଜ୍ୟର ମୁଖ୍ୟ ସହର ଗୁଡ଼ିକ ୫-ଜି ନେଟଓ୍ୱର୍କ ସହ ଯୋଡ଼ି ହେବାକୁ ଥିବା ବେଳେ, ଧୀରେ ଧୀରେ ଗ୍ରାମାଞ୍ଚଳରେ ମଧ୍ୟ ଏହା ଉପଲବ୍ଧ ହେବ । ଜିଓ ଏବଂ ଏୟାରଟେଲ ପକ୍ଷରୁ ଟୁଇନସିଟି ଭୁବନେଶ୍ୱର ଓ କଟକରେ ୫-ଜି ସେବା ଆରମ୍ଭ ହେବ । ଜିଓ କିଛି ସପ୍ତାହ ଭିତରେ ଆଉ ୫ଟି ସହରରେ ୫-ଜି ଆରମ୍ଭ କରିବ । ୫-ଜି ସେବା ଯୋଗାଇଦେବାକୁ ରାଜ୍ୟରେ ୫୧୦ଟି ବିଟିଏସ୍ ଲଗାଯାଇଛି।

୪ଜି ତୁଳନାରେ ୧୦ ଗୁଣ ଅଧିକ ରହିବ ୫ଜି ଇଣ୍ଟରନେଟ ସ୍ପିଡ୍ । ଡାଉନଲୋଡିଂ, ସର୍ଫିଂର ସ୍ପିଡ ଅଧିକ ରହିବ । ଶିକ୍ଷା, ସ୍ୱାସ୍ଥ୍ୟ, ନିର୍ମାଣ ଓ ବ୍ୟାଙ୍କିଂ ଆଦି କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆଣିବ ।