୧ ମାସ ପାଇଁ ଆବାସ ପ୍ଲସ୍ ଆପ୍ କାର୍ଯ୍ୟକ୍ଷମ କରିବାକୁ ଦାବି

CM Naveen Writes PM Modi On Awas Plus

ଭୁବନେଶ୍ୱର: ଆବାସ ଯୋଜନା ହିତାଧିକାରୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟ ପାଇଁ ଆବାସ ପ୍ଲସ୍ ମୋବାଇଲ ଆପ୍ କାର୍ଯ୍ୟକ୍ଷମ କରାଯାଉ । ୧ ମାସ ପାଇଁ ଆବାସ ପ୍ଲସ୍ ଆପ୍ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଆବାସ ପ୍ଲସ୍‌କୁ ସ୍ଥାନାନ୍ତର କରାଯାଉ । କେନ୍ଦ୍ର ସରକାର କେବଳ ୧୪ ଫନି ପ୍ରଭାବିତ ଜିଲ୍ଲା ପାଇଁ ଆପ୍‌ କାର୍ଯ୍ୟକ୍ଷମ କରିଛନ୍ତି ।

 CM Naveen Writes PM Modi On Awas Plus

ଅନ୍ୟ ୧୬ ଜିଲ୍ଲା ଏଥିରୁ ବଞ୍ଚିତ ହୋଇଛନ୍ତି । ବଞ୍ଚିତ ଜିଲ୍ଲା ମଧ୍ୟରେ କେବିକେ ଓ ଆଦିବାସୀ ଏବଂ ଅନ୍ୟାନ୍ୟ ପଛୁଆ ଅଞ୍ଚଳ ହିତାଧିକାରୀ ଅଛନ୍ତି । ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ ପାଇଁ ଦାବି କରିଛନ୍ତି ନବୀନ । ଓଡ଼ିଶା ପାଇଁ ୮ ଲକ୍ଷ ୧୭ ହଜାର ଟାର୍ଗେଟ୍ ଦେଇଛି କେନ୍ଦ୍ର । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହ ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ ଓଡ଼ିଶାକୁ ଅବହେଳା ନେଇ ବର୍ଷିଲା ବିଜେଡି

Leave a Reply