ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ବର: ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଅଞ୍ଚଳର ସ୍ବର୍ଗତ ମଲ୍ଲିକ ଦେଶର ସ୍ଵାଧୀନତା ସଂଗ୍ରାମରେ ଯୋଗଦେଇ ବହୁବାର କାରାବରଣ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନିଜକୁ ସର୍ବଦା ରଚନାତ୍ମକ କାର୍ଯ୍ୟରେ ନିୟୋଜିତ ରଖିଥିଲେ । କେନ୍ଦ୍ରାପଡା ଜିଲ୍ଲାର ଜଣେ ବିଶିଷ୍ଟ ସମାଜ ସେବୀ ଭାବେ ମଧ୍ୟ ତାଙ୍କର ବିଶେଷ ସୁନାମ ରହିଥିଲା । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।