ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
1 min readଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପ୍ରଥମ ଥର ପାଇଁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିଷିକ୍ତ ହେବ ଦ୍ରୌପଦୀ । ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାବାସୀଙ୍କ ତରଫରୁ ଜଣାଇଲେ ଅଭିନନ୍ଦନ । ଏହି ସଫଳତାରେ ପୂରା ରାଜ୍ୟ ଗର୍ବିତ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।
Spoke to the daughter of #Odisha, President-Elect Smt #DroupadiMurmu over phone and wished her all the very best on behalf of people of #Odisha. Entire family of 4.5 Cr people of Odisha are proud of her achievement.
— Naveen Patnaik (@Naveen_Odisha) July 22, 2022