କରୋନା କାଳରେ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ, ନବୀନ ନିବାସ ନଆସି ରକ୍ତ ଦାନ କରିବା ଏବଂ ପ୍ଲାଜ୍‌ମା ଦାନ କରିବାକୁ ନିବେଦନ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଜନ୍ମ ଦିନ ପାଳନ କରିବେନି । ପ୍ରତି ବର୍ଷ ବିଭିନ୍ନ ସ୍ଥାନରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସକୁ ଲୋକଙ୍କର ସୁଅ ଛୁଟିଥାଏ । କିନ୍ତୁ ଗତ ବର୍ଷ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳନକୁ ବାରଣ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ  । ଗତ ଆଠ ମାସ ହେଲା କୋଭିଡ୍‌ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆସନ୍ତାକାଲି  ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା , ରକ୍ତ ଦାନ କରିବା ଏବଂ ପ୍ଲାଜ୍‌ମା ଦାନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି ।

Leave a Reply