ରାଜ୍ୟରେ ପୁଣି ବଢିବ ଶୀତ

ଭୁବନେଶ୍ୱର:  କିଛି ଦିନର ବିରତି ପରେ ପୁଣି ରାଜ୍ୟରେ ବଢିବ ଶୀତ । ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪ରୁ ୬ ଡିଗ୍ରି ପର୍ଯ୍ୟନ୍ତ ଖସିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

କାଲିଠାରୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ଯୋଗୁ ଶୀତ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଯାହା ଫଳରେ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ।

ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କଟକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ । ସେହିପରି ୨୦ ତାରିଖରେ ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ କୁହୁଡି ହେବାର ସମ୍ଭାବନା ରହିଛି।

Leave a Reply