ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

1 min read

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆହୁରି ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷକରି ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୨- ୩ ଡିଗ୍ରୀ କମିବ । ରାଜ୍ୟର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ । ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର, ମାଲକାନଗିରି ଏବଂ ନୟାଗଡ଼ରେ କୁହୁଡି ପଡ଼ିବ । ଏସବୁ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨ଶହରୁ ୮ଶହ ମିଟର ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ଆକାଶ ନିର୍ମଳ ରହିବା ସହ ଶୀତ ବଢ଼ିବ । ବିଶେଷକରି ଉପକୂଳ ଓଡ଼ିଶାରେ ରାତିର ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏଥିସହିତ ପଢ଼ନ୍ତୁ: ଡିଜେଲ କାର୍ କିଣିବା ଆପଣଙ୍କ ପାଇଁ କେତେ ଲାଭଦାୟକ ?

Leave a Reply