କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କରୋନା
1 min readଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ନିକଟରେ ତାଙ୍କ ସହ ସମ୍ପର୍କରେ ଆସିଥିବା ବ୍ୟକ୍ତି ବିଶେଷ କୋଭିଡ୍ ଟେଷ୍ଟ କରାଇ ନେବାକୁ ନିବେଦନ କରିଛନ୍ତି ନରସିଂହ ମିଶ୍ର । ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ କୋଭିଡ୍ ଟେଷ୍ଟରେ ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି ।
Tested positive for COVID-19 today. Anyone in close contact in the past few days please get tested.
— Narasingha Mishra (@NarasinghMishra) April 21, 2021
କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ଶ୍ରୀ @NarasinghMishra କୋଭିଡ୍ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) April 21, 2021
ଗତ ସୋମବାର ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକଙ୍କ କୋଭିଡ୍ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଥିଲା ।