ରାହୁଲଙ୍କୁ ଜେରା କରୁଛି ଇଡି, ବରିଷ୍ଠଙ୍କୁ ଉଠାଇ ନେଲା ପୋଲିସ
2 min readନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି । ଯାହା ବିରୁଦ୍ଧରେ ସମଗ୍ର ଦେଶରେ ପାର୍ଟି ଅଫିସରେ ବିରୋଧ କରୁଛି କଂଗ୍ରେସ ।
Delhi | Rahul Gandhi accompanied by party leader Priyanka Gandhi Vadra arrives at Congress headquarters, ahead of his appearance before Enforcement Directorate in the National Herald case pic.twitter.com/zgL68jSupY
— ANI (@ANI) June 13, 2022
ଶାସକ ବିଜେପି ବିରୋଧୀଙ୍କ ବିରୋଧରେ ପ୍ରତିଶୋଧ ରାଜନୀତି କରୁଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି । ଇଡିର ଅପବ୍ୟବହାର କରି କେନ୍ଦ୍ର ସରକାର ଦଳକୁ ଟାର୍ଗେଟ କରୁଛନ୍ତି । କିନ୍ତୁ ଦଳ ପଛକୁ ହଟିବ ନାହିଁ ବରଂ ଏହା ବିରୁଦ୍ଧରେ ସତ୍ୟାଗ୍ରହ କରିବ ବୋଲି କହିଛି କଂଗ୍ରେସ । ଆଜି ଦଳର ବରିଷ୍ଠ ନେତା ଓ ସାଂସଦଙ୍କ ସହ ମାର୍ଚ୍ଚ କରି ରାହୁଲ ଇଡି ମୁଖ୍ୟାଳୟରେ ପହଞ୍ଚିବା ପାଇଁ ନିଷ୍ପତ୍ତି ନେଇଥିଲା କଂଗ୍ରେସ । କିନ୍ତୁ ଏଥିପାଇଁ ଅନୁମତି ଦେଇନଥିଲା ଦିଲ୍ଲୀ ପୋଲିସ ।
Delhi | Congress leader Rahul Gandhi arrives at the office of the Enforcement Directorate to appear in the National Herald case https://t.co/Sq0kJwL7DA
— ANI (@ANI) June 13, 2022
ଫଳରେ ରାହୁଲ କାର୍ଯ୍ୟକର୍ତ୍ତାଙ୍କ ସହ ପାର୍ଟି ଅଫିସରୁ ପାଦରେ ମାର୍ଚ୍ଚ କରି ଇଡି ଅଫିସ ଯିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇଥିଲା ପୋଲିସ । ସେପଟେ ଇଡି ଅଫିସ ସାମନାରେ ପହଞ୍ଚି ବିରୋଧ କରିଥିଲେ ଦଳୀୟ କର୍ମୀ । ସେଣ୍ଟ୍ରାଲ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ଉଠାଇ ନେଇଛି ପୋଲିସ ।
Congress workers stage protest holding placards in support of party leader Rahul Gandhi ahead of his appearance before ED today in the National Herald case.
Visuals from outside AICC headquarters, Delhi pic.twitter.com/jJrzCsRzYx
— ANI (@ANI) June 13, 2022
କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, କେସି ବେଣୁଗେପାଳ, ଦୀପେନ୍ଦ୍ର ଏସ ହୁଡ୍ଡା ଓ ଅଶୋକ ଗେହଲଟଙ୍କୁ ପୋଲିସ ଉଠାଇ ନେଇଛି । ରାହୁଲଙ୍କୁ ଇଡିର ସମନକୁ ବିରୋଧ କରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟ ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ, ବରିଷ୍ଠ ନେତା ରଣଦୀପ ସୁରଜେୱାଲା ବିଜେପିକୁ ଟାର୍ଗେଟ କରିଛନ୍ତି ।