ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩୩ହଜାର ପାର୍

1 min read

ଭୁବନେଶ୍ୱର: କରୋନା ସଂକ୍ରମଣ ଭୟ ଏବେ ନିଦ ଉଡ଼ାଇଛି । ଦିନକରେ ନୂଆ ନୂଆ ରେକର୍ଡ କରୁଛି କରୋନା । ଦିନ ଯେତେ ବଢୁଛି ସେତେ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଶନିବାରରେ ୧୬୦୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଶତାଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଦିନକରୋ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ବଢୁଥିବା ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୦୨ଜଣ ସଂକ୍ରମିତ । ଏଥିମଧ୍ୟରୁ ୯୯୩ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୬୦୯ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୨୯ଟି ଜିଲ୍ଲାରୁ ୧୬୦୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶନିବାର ଦିନ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ସଂକ୍ରମିତ । ଗଞ୍ଜାମରେ ସର୍ବାଧିକ ୩୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ  ୨୮୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଅନୁଗୁଳରୁ ୧୫, ବାଲେଶ୍ୱରରୁ ୨୯, ବରଗଡ଼ରୁ ୧୩ ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୮, ବୌଦ୍ଧରୁ ୯ , କଟକରୁ ୫୪, ଢଙ୍କାନାଳରୁ ୪୯, ଗଜପତିରୁ ୧୦୮, ଜଗତସିଂହପୁରରୁ ୧୯, ଯାଜପୁରରୁ ୪୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୩୦ , କନ୍ଧମାଳରୁ ୪୫, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୩୧, କୋରାପୁଟ ୪୬, ମାଲକାନଗିରିରୁ ୩୦, ମୟୁରଭଞ୍ଜରୁ ୩୯, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୩, ନୂଆପଡ଼ାରୁ ୫, ପୁରୀରୁ ୫୦, ରାୟଗଡ଼ାରୁ ୧୬୪, ସମ୍ବଲପୁରରୁ ୩୯, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୬୨  ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

୨୪ ଘଣ୍ଟାରେ  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୩୩ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । । ମୋଟ୍ ସଂକ୍ରମିତ ସଂଖ୍ୟା ୩୩ହଜାର ୪୭୯କୁ ବୃଦ୍ଧି ହୋଇଛି । ରାଜ୍ୟରେ ଆଜି କରୋନାରେ ମୃତକଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ହୋଇଛି । ଏହାସହ ୨୦ହଜାର ୫୧୭ଜଣ କରୋନା ମୁକ୍ତ ହୋଇ ଘରକୁ ଫେରିଛନ୍ତି । ଏବଂ ରାଜ୍ୟରେ ସମୁଦାୟ ୧୨ହଜାର ୭୩୭ଜଣ ସଂକ୍ରମିତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave a Reply