ଦେଶରେ ୧ ଲକ୍ଷ ତଳେ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୮୩ ହଜାର ୮୭୬ ଆକ୍ରାନ୍ତ ଚିହ୍ନଟ
1 min readନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୧ ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୨୪ ଘଣ୍ଟାରେ ଦେଶରେ ୮୩ ହଜାର ୮୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ୮୯୫ ଜଣଙ୍କ ଜୀବନ ନେଇଛି କିଲର ଭାଇରସ୍ । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ରେଟ୍ ୭.୨୫ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୯୯ ହଜାର ୦୫୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
India's daily cases drop below 1 lakh; the country reports 83,876 fresh #COVID19 cases, 1,99,054 recoveries and 895 deaths in the last 24 hours.
Active cases: 11,08,938
Death toll: 5,02,874
Daily positivity rate: 7.25%Total vaccination: 1,69,63,80,755 pic.twitter.com/i2PatSLAxi
— ANI (@ANI) February 7, 2022
ଦେଶରେ ରବିବାର ୧ ଲକ୍ଷ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ୨୪ ଘଣ୍ଟାରେ ଦେଶରେ ୮୩ ହଜାର ୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଭାରତରେ ଆକ୍ଟିଭ୍ କେସ୍ ସଂଖ୍ୟା ୧୧ ଲକ୍ଷ ୦୮ ହଜାର ୯୩୮ ରହିଛି ।